ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
* ବିଭିନ୍ନ ପ୍ରକାର ର ୪୮ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
ସ୍ଵରାଜ ବାର୍ତ୍ତା/ସୁବର୍ଣ୍ଣପୁର :-(ମହାଦେବ ମଲ୍ଲିକ)ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ,ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୪୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୮ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୯ ଗୋଟି ସାମୁହିକ ଦରଖାସ୍ତ ଓ ୦୧ ଗୋଟି ଚିକିତ୍ସା ପାଇଁ ଆର୍ଥିକ ସହାୟତା ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୦୪ ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ, ସୋନପୁର, ଶ୍ରୀ ସଂଜୀବ କୁମାର ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ,( ରାଜସ୍ବ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, (ସାଧାରଣ) ,ଶ୍ରୀମତି ଅଞ୍ଜଳିନା ପ୍ରଧାନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ସୋନପୁରଙ୍କ ସମେତ ତହସିଲଦାର,ସୋନପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ,ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀଙ୍କ ସମେତ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।
Post a Comment