ଅନ୍ଧାରିବାଞ୍ଜି ଉଚ୍ଚ ବିଦ୍ୟାଳୟରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ*

 *ଅନ୍ଧାରିବାଞ୍ଜି ଉଚ୍ଚ ବିଦ୍ୟାଳୟରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ* 


ସ୍ଵରାଜ ବାର୍ତ୍ତା/ସୁବର୍ଣ୍ଣପୁର :-(ମହାଦେବ ମଲ୍ଲିକ)ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଅନ୍ଧାରିବାଞ୍ଜି ଉଚ୍ଚ ବିଦ୍ୟାଳୟରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ଅବସରେ ମୁଖ୍ଯ ଅତିଥି ଭାବରେ ଜିଲ୍ଲା ମତ୍ସ୍ଯ ଅଧିକାରୀ ଶ୍ରୀଯୁକ୍ତ ବିଜୟ କୁମାର ସାହୁ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଅନ୍ଧାରିବାଞ୍ଜି ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ତେଜୋମୟୀ ସାହୁ,PEO ମୁକେଶ ସାମନ୍ତରାୟ,ଅମରେଶ ଥନାପତି,ରମେଶ ସାହୁ ଯୋଗଦେଇ ଥିଲେ।ବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀ ଓ ଅତିଥିମାନଙ୍କ ଦ୍ବାରା ବୃକ୍ଷରୋପଣ କାର୍ଯ୍ଯକ୍ରମ ଅନୁଷ୍ଠିତ କରାଯାଇ ଥିଲା ,ତାପରେ ବିଦ୍ୟାଳୟ ସ୍ତରରେ ଆୟୋଜିତ କରାଯାଇ ଥିବା ପ୍ରବନ୍ଧ ଲିଖନ ଓ କୁଇଜ ପ୍ରତିଯୋଗିତାରେ କୃତୀତ ଲାଭ କରିଥବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇ ଥିଲା।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ,ଶିକ୍ଷକ, କର୍ମଚାରୀ ଓ ଗ୍ରାମପଞ୍ଚାୟତ ଅଫିସର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

No comments

Powered by Blogger.